*ସରସ୍ଵତୀ ବିଦ୍ୟା ମନ୍ଦିର ବାର୍ଷିକୋତ୍ସବ ପାଳନ*
ଦାମନଯୋଡି: ଶିଳ୍ପାଞ୍ଚଳ ଦାମନଯୋଡି ସ୍ଥିତ ସରସ୍ବତୀ ବିଦ୍ୟା ମନ୍ଦିର ର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି । ବିଦ୍ୟାଳୟ କମିଟି ସଭାପତି ପୁରୁଷୋତ୍ତମ ମହାନ୍ତ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅଧ୍ୟକ୍ଷ ଡଃ ଶୁଭ୍ରାଂଶୁ ଶେଖର ବାହିନୀପତି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳପତି ଡଃ ନୃସିଂହ ଚରଣ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ରାୟଗଡ଼ା ମହାବିଦ୍ୟାଳୟ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ଦୁଷ୍ମନ୍ତ କୁମାର ମହାନ୍ତି ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିବା ବେଳେ ନାଲକୋ ର ମୁଖ୍ୟ ମହାପ୍ରବନ୍ଧକ ସଞ୍ଜୟ କୁମାର ପଟ୍ଟନାୟକ, ସଞ୍ଜୟ କୁମାର ଗୁପ୍ତା, କମିଟି ସମ୍ପାଦକ ଡଃ ଚିତ୍ତରଞ୍ଜନ ମିଶ୍ର, ପୂର୍ବତନ ସମ୍ପାଦକ ଅଶୋକ କୁମାର ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଛାତ୍ର ଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ବିଦ୍ୟାଳୟ ଅଧ୍ୟକ୍ଷ ଡଃ ବାହିନୀପତି ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଇତି ଅବସରରେ ସମ୍ମାନୀତ କରାଯାଇଥିଲା । ବିଦ୍ୟାଳୟରେ ବିଦ୍ୟାର୍ଥୀ, ଶିକ୍ଷକ ଓ ଅଭିଭାବକ ଙ୍କ ମଧ୍ୟରେ ତ୍ରିକୋଣୀୟ ସାମଞ୍ଜସ୍ୟତା ବଜାୟ ରଖିଲେ ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷାର ମାନ ବୃଦ୍ଧି ପାଇପାରିବ ବୋଲି ମୁଖ୍ୟ ବକ୍ତା ନିଜ ଅଭିଭାଷଣରେ କହିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ରାଜଲକ୍ଷ୍ମୀ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଭାରପ୍ରାପ୍ତ ଉପାଧ୍ୟକ୍ଷ ଡଃ ପ୍ରଦୀପ କୁମାର ଜଗତି ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ କର୍ମକର୍ତା ମିଳିତ ଭାବେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।