logo

ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ।

ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ।

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଡୁମୁରୀଆ ପଞ୍ଚାୟତ ଅନ୍ତର୍ଗତ ଭୀମକୁଣ୍ଡ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ଧୁମଧାମରେ ଅନୁଷ୍ଠିତ ହୋଇଯାଇଛି। ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡୁମୁରୀଆ ପଞ୍ଚାୟତର ସରପଞ୍ଚ ଗୌରହରି ନାଏକ ଯୋଗ ଦେଇଥିବା ବେଳେ ଆନନ୍ଦପୁର ଗୋହିରା ପବ୍ଲିକ ସ୍କୁଲର ପ୍ରତିଷ୍ଠାତା ଏବଂ ବିଶିଷ୍ଟ କବି ଅଶୋକ କୁମାର ପୁହାଣ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଥିଲେ। ସମ୍ମାନିତ ଅତିଥି ଭାବେ ଭୀମକୁଣ୍ଡ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଟାତା ଯନାର୍ଦନ ପଲେଇ ଓ ବରିଷ୍ଠ ସାମ୍ବାଦିକ ନୃସିଂହ ନାଥ ସିଂ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମ ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ କ୍ରିଡା ପ୍ରତିଯୋଗୀତା ରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଏହି ଅବସରରେ ରେ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇ ଥିଲା।କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଏହି ବାର୍ଷିକ ଉତ୍ସବ କୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିବାରେ ସହଯୋଗ କରିଥିଲେ।

ସାମ୍ବାଦିକ ବିଜୟ ରତ୍ନ ପତିଙ୍କ ରିପୋର୍ଟ।

5
627 views