
ଶୁଆକାଟୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକୋତ୍ସବ।
ଶୁଆକାଟୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକୋତ୍ସବ।
କେନ୍ଦୁଝର,୧୦ା୧: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶୁଆକାଟୀ, କେନ୍ଦୁଝରର ବାର୍ଷିକୋତ୍ସବ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ ରୁଚି ଅନୁସାରେ ଛାତ୍ରୀମାନଙ୍କୁ ଭଲ ପାଠ ପଢି ଭଲ ମଣିଷ ହେବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଦୃଢ ଇଛାଶକ୍ତି ଦ୍ୱାରା ସବୁ ସମ୍ଭବ ହୋଇ ପାରିବ ବୋଲି ମତପୋଷଣ କରିଥିଲେ । କେନ୍ଦୁଝର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାଏକ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ପିତାମାତାଙ୍କୁ ସମ୍ମାନ ଦେବା ସହ ଗଳ୍ପ ମାଧ୍ୟମରେ ତେନ୍ତୁଳି ଆମ୍ବୁଲ ଅମୁଲ ମୂଲ ବୋଲି କହିଥିଲେ । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ମହେନ୍ଦ୍ର କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦାନ କରି ନିରାଶ ନହୋଇ ଆମର ଦୃଢ ଇଛା ଶକ୍ତି ଦ୍ୱାରା ଲକ୍ଷ୍ୟସ୍ଥଳରେ ପହଞ୍ଚି ପାରିବା ବୋଲି ମତପୋଷଣ କରିଥିଲେ । ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ଆଂଚଳିକ ପ୍ରବନ୍ଧକ ପଙ୍କଜ କୁମାର ମହାନ୍ତ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ନିଜର ଆତ୍ମବିଶ୍ୱାସ ଦ୍ୱାରା ଆମେ ଲକ୍ଷ୍ୟସ୍ଥଳରେ ପାରିବା ବୋଲି ମତପୋଷଣ କରିଥିଲେ । ଜିଲ୍ଲା ମଙ୍ଗଳ ଅଧିକାର କାର୍ଯ୍ୟାଳୟର ସ୍ୱତନ୍ତ୍ର ଅଧିକାରୀ ସୁନାରାମ ସିଂହ, ଜିଲ୍ଲା ଶିକ୍ଷା ନିରୀକ୍ଷକ(ଏସ୍ଏସ୍ଡି) କେନ୍ଦୁଝର ଜୋନ ସଞ୍ଜୟ କୁମାର ଧଳ,ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ସାମନ୍ତସିଂହାର ଓ ଅବସରପ୍ରାପ୍ତ ଶିକ୍ଷାମଣ୍ଡଳାଧିଶ (ଏସଏସଡି) ଶ୍ରୀମତୀ ସଂଚିତା ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ବିନୋଦିନୀ ସାମଲ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ ଓ ଶିକ୍ଷକ ଅମୂଲ୍ୟ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ଶିକ୍ଷୟତ୍ରୀ ସୁନୀତା ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠିତ ହେବା ସହ ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା କରିବା ସହିତ ଜନଜାତି ଛାତ୍ରୀମାନଙ୍କ ସହ ସଙ୍ଗୀତ ଓ ନୃତ୍ୟରେ ଝୁମିଥିଲେ । ରାଜନ୍ଦ୍ରେ ବେହରାଙ୍କ ସଂଯୋଜନାରେ ସଙ୍ଗୀତ ପରିବେଷଣ କରିବା ସହିତ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ୍ୟ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ। ସ୍ଥାନୀୟ ଅଞ୍ଚଳର ଲୋକେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।
ସାମ୍ବାଦିକ ସତ୍ୟଜିତ ମିଶ୍ରଙ୍କ ରିପୋର୍ଟ।