logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଶିଫଳ ଆଜି, ୨୭ ଫେବୃଆରୀ, ଶୁକ୍ରବାର

*ରାଶିଫଳ ଆଜି, ୨୭ ଫେବୃଆରୀ, ଶୁକ୍ରବାର*
.
ମେଷ : ତୃତୀୟ ଚନ୍ଦ୍ର, ଦଶମୀ ତିଥି, ଶୁକ୍ରବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ।

ବୃଷ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଦ୍ୱିତୀୟ ଚନ୍ଦ୍ର ଯୋଗୁ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ।

ମିଥୁନ : ଶ୍ରୀଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ।

କର୍କଟ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ।

ସିଂହ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା ଓ ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ।

କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ।

ତୁଳା : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସୁଫଳ ପାଇବେ।

ବିଛା : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ।

ଧନୁ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ।

ମକର : ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ।

କୁମ୍ଭ : ଘାତବାର ଓ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷାରେ ଉନ୍ନତି ଆସିବ ଏବଂ ପାରିବାରିକ ବିବାଦର ସମାଧାନ ହେବ । ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ ଏବଂ ପରିବାର ସହ କୌଣସି ଶୁଭ କିମ୍ବା ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ।

ମୀନ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ।

0
24 views

Comment