Saheed Laxmannayak Remembered
ଶହୀଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ
କୋରାପୁଟ ସଦର ମହକୁମାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। ମେଡିକାଲ କଲେଜ ଛକ ନିକଟରେ ସ୍ଥାପିତ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତୀରେ କୋରାପୁଟ ବିଧାୟକ ରଘୁରାମ ମାଛ, ପଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟ ୱାନ ମହାଜନ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ପୂର୍ବତନ ବିଧାୟକ ନିମାଇଁ ସରକାର, କୋରାପୁଟ ସାଂସଦ ପ୍ରତିନିଧି ମନୋଜ କୁମାର ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ପୁରସ୍କୃତ କରାଯାଇଥିଲା। ସେହିପରି କୋରାପୁଟ ବସଷ୍ଟାଣ୍ଡରେ ସ୍ଥାପିତ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରାଯାଇଥିଲା ।