-ମାଧପୁର ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକ ଉତ୍ସବ
ଅନୁଗୋଳ (କରୁଣାକର ନାୟକ )ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର, ମାଧପୁର ପରିସରରେ ବିଦ୍ୟାଳୟର ବାର୍ଷିକ ପ୍ରତିଭା ଅନ୍ୱେଷଣ ଓ ସାଂସ୍କୃତିକ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଶିକ୍ଷାବିତ ଯୋଗଦେଇ ଶ୍ରୀ ଅରବିନ୍ଦଙ୍କ ଶିକ୍ଷା ଦର୍ଶନ ଉପରେ ଆଲୋକପାତ କରିଥିଲେ।
ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ଦେବେନ୍ଦ୍ର ବେହେରା, ମୁଖ୍ୟବକ୍ତା ଦେବରାଜ ନାୟକ,ସମ୍ମାନିତ ଅତିଥି ପ୍ରଣବ କୁମାର ହୋତା, ସାମ୍ବାଦିକ ସନ୍ତୋଷ ମେହେର,ବିପିନ ଚନ୍ଦ୍ର ପ୍ରଧାନ, ସମ୍ପାଦକ ପ୍ରିୟଦର୍ଶି ହୋତା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ସେ କହିଥିଲେ ଯେ, ପିଲାମାନେ କେବଳ ପାଠ୍ୟପୁସ୍ତକ ମଧ୍ୟରେ ସୀମିତ ନ ରହି ନିଜର ଅନ୍ତର୍ନିହିତ ଗୁଣର ବିକାଶ କରିବା ଉଚିତ। ଆଜିର ଶିଶୁ ଆଗାମୀ କାଲିର ସୁନାଗରିକ, ତେଣୁ ନୈତିକ ଶିକ୍ଷା ଓ ଚରିତ୍ର ଗଠନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବିଦ୍ୟାଳୟର ଏହି ପ୍ରୟାସକୁ ସେ ଉଚ୍ଚ ପ୍ରଶଂସା କରିବା ସହ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ସଚଳା ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବାର୍ଷିକ ବିବରଣୀ ପାଠ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ସଭା ଶେଷରେ ଶିକ୍ଷା କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏବଂ ସମସ୍ତ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଅଞ୍ଚଳର ବହୁ ଅଭିଭାବକ ଓ ଜନସାଧାରଣ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ I