logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ନିରାକାରପୁର ଶିଶୁ ବିଦ୍ୟାମନ୍ଦିର ର ତ୍ରିଂଶ ତମ ସାମ୍ବତ୍ସରିକ ଓ ମୁଖପତ୍ର ଉପାୟନ ଉନ୍ମୋଚିତ

ଖୋର୍ଦ୍ଧା,୬.୪.୨୬(ଏ.ଆଇ.ଏମ.ଏ): ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଆର୍ଯ୍ୟବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ତ୍ରିଂଶତମ ସାମ୍ବତ୍ସରିକ ଉତ୍ସବ ଓ ମୁଖପତ୍ର ‘ଉପାୟନ’ର ଷଷ୍ଠ ବାର୍ଷିକ ସଂସ୍କରଣ ସୋମବାର ସନ୍ଧ୍ୟାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାଧ୍ୟମିକ ଶିକ୍ଷା ବିଭାଗର ପୂର୍ବତନ ଯୁଗ୍ମ ନିର୍ଦ୍ଦେଶକ ଡ. ମର୍କତ କେଶରୀ ରାୟ ଯୋଗଦେଇ ଶିଶୁମାନଙ୍କ ମଧ୍ୟରେ ଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଶିକ୍ଷକ ଓ ଅଭିଭାବକଙ୍କ ମିଳିତ ପ୍ରଚେଷ୍ଟା ଉପରେ ଗୁରୁତ୍ୱାରୋପ କରିଥିଲେ। ମୁଖ୍ୟ ବକ୍ତା ଭାବେ ପ୍ରଫେସର ଡ. ନିରଞ୍ଜନ ପାଢ଼ୀ ଯୋଗଦେଇ ଶିଶୁର ବ୍ୟକ୍ତିତ୍ୱ ଗଠନରେ ଶିକ୍ଷାର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।ଟାଙ୍ଗୀ ମଣ୍ଡଳ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ସାଫଲ୍ୟକୁ ପ୍ରଶଂସା କରିଥିଲେ। ଅନୁଷ୍ଠାନର ସଭାପତି ଉର୍ମିଳା ଦେବୀଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଓଡ଼ିଶାର ସୁନାମଧନ୍ୟ ମଞ୍ଚ ସଞ୍ଚାଳକ ଡ. ମୃତ୍ୟୁଞ୍ଜୟ ରଥ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ବିଭୂତି ଭୂଷଣ ଆଚାର୍ଯ୍ୟ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ସହ ଅତିଥି ପରିଚୟ ଦେଇଥିଲେ। ପ୍ରଧାନାଚାର୍ଯ୍ୟା ନଳିନୀ ରଥ ବାର୍ଷିକ ବିବରଣୀ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟର ଶୁଭେଚ୍ଛୁ ତଥା କର୍ମକର୍ତ୍ତା ଅଧ୍ୟାପକ ପ୍ରାଣେଶ୍ୱର ଜୟସିଂହ, ଶ୍ୟାମା ପ୍ରସାଦ ମିଶ୍ର ଓ ବିଜୟ କୁମାର ଜୟସିଂହ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ବିଦ୍ୟାଳୟର ବାର୍ଷିକ ମୁଖପତ୍ର ‘ଉପାୟନ’ ଉନ୍ମୋଚିତ ହେବା ସହ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା। ଶିଶୁ ମାନଙ୍କ ଦ୍ୱାରା ପରିବେଷିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଅଭିଭାବକ ଓ ଅତିଥିମାନଙ୍କୁ ବିମୋହିତ କରିଥିଲା।ଶେଷରେ ଦ୍ୱିତୀୟ ପର୍ଯ୍ୟାୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ସଭା ସାଙ୍ଗ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ସହଯୋଗ କରିଥିଲେ।

2
386 views

Comment