ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ।
ଦେବଗଡ଼, ତା ୧୫/୦୪/୨୦୨୬ :- ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଜିଲ୍ଲାରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟାନ୍ବୟନ ସମୟରେ ସମ୍ମୁଖୀନ ସମସ୍ୟାଗୁଡ଼ିକୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ବିଶେଷକରି ସ୍ୱଚ୍ଛ ଭାରତ ମିଶନ, ଗ୍ରାମୀଣ ଆବାସ ଯୋଜନା, ଏବଂ ମହାତ୍ମା ଗାନ୍ଧୀ ମନରେଗା ପରି ମୁଖ୍ୟ ଯୋଜନାଗୁଡ଼ିକର କାର୍ଯ୍ୟଗତି ବଢ଼ାଇ ତୁରନ୍ତ ସମସ୍ୟା ସମାଧାନ ପାଇଁ ନିର୍ଦ୍ଦେଶ ଯୋଗାଇଥିଲେ। ଏହି ବୈଠକରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ଶ୍ରୀ ପରିକ୍ଷିତ ସାହୁ, ଡେପୁଟି କଲେକ୍ଟର ଶ୍ରୀ କଳିଙ୍ଗ ଆଶିଷ ଶତପଥି, ବାରକୋଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୂର୍ଯ୍ୟକାନ୍ତ ବରିହା, ପ୍ରକଳ୍ପ ପ୍ରଶାସିକା ଶ୍ରୀମତୀ ସନ୍ଧ୍ୟା ମାଝି, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଶିଶିର କୁମାର ପୁହାଣ, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ରିତିକାନ୍ତ ଶୁକ୍ଳା ସହ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।