logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ, ଦିବ୍ୟାଭାରତୀ ପଲେଇ ସ୍କୁଲ ଟପ୍ପର।

ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ, ଦିବ୍ୟାଭାରତୀ ପଲେଇ ସ୍କୁଲ ଟପ୍ପର।

ଘଟଗାଁ ୧୫/୪ ( ଖଣ୍ଡାଧାର ନିଉଜ) ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ନିକଟବର୍ତ୍ତୀ ଟିକିରାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟର ମେଧା ତାଲିକାରେ ଦିବ୍ୟା ଭାରତୀ ପଲେଇ ୯୮.୮ ପ୍ରତିଶତ ନମ୍ବର ରଖି ସ୍କୁଲ ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି। ସେହିପରି ଶୁଭସ୍ମିତା ସାହୁ ୯୬.୮ ପ୍ରତିଶତ ନମ୍ବର ରଖିବା ସହ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଶୁଭ ସନ୍ତୋଷ ବାରିକ ୯୬ ପ୍ରତିଶତ ନମ୍ବର ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ବିଦ୍ୟାଳୟର ୮ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ବେଳେ ଛାତ୍ରଛାତ୍ରୀଙ୍କ ଏହି ଉଲ୍ଲେଖନୀୟ ସଫଳତା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଟିକିରାର ଅଧ୍ୟକ୍ଷ ଭ୍ରମରବର ମଲ୍ଲିକ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ବିଦ୍ୟାଳୟର ଏହି ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳରେ ଏକ ଖୁସିର ଲହର ଖେଳିଯାଇଛି ଏବଂ କୃତୀ ଛାତ୍ରଛାତ୍ରୀମାନେ ସେମାନଙ୍କ ସଫଳତାର ଶ୍ରେୟ ନିଜର କଠିନ ପରିଶ୍ରମ ସହ ଶିକ୍ଷକ ଶିକ୍ଷୟିତ୍ରୀ ଓ ଗୁରୁଜନମାନଙ୍କ ମାର୍ଗଦର୍ଶନକୁ ଶ୍ରେୟ ଦେଇଛନ୍ତି।

ଡମ୍ବରୁଧର ମହାନ୍ତ ଙ୍କ ରିପୋର୍ଟ।

46
11125 views

Comment