logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଚନ୍ଦ୍ରଶେଖର ଇଂରାଜୀ ମାଧ୍ୟମ ବିଦ୍ୟାଳୟ, ଚମ୍ପୁଆ ର ସଫଳତା।

ଚନ୍ଦ୍ରଶେଖର ଇଂରାଜୀ ମାଧ୍ୟମ ବିଦ୍ୟାଳୟ, ଚମ୍ପୁଆ ର ସଫଳତା।

ଚମ୍ପୁଆ,୧୮/୪(ଖଣ୍ଡାଧାର ନିଉଜ): ଚମ୍ପୁଆ ସ୍ଥିତ ଚନ୍ଦ୍ରଶେଖର ଇଂରାଜୀ ମାଧ୍ୟମ ବିଦ୍ୟାଳୟର ସି.ବି.ଏସ.ଇ. ବୋର୍ଡ ଦଶମ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇଛି । ଚଳିତ ୨୦୨୫-୨୬ ଶିକ୍ଷାବର୍ଷରେ ଚନ୍ଦ୍ରଶେଖର ଇଂରାଜୀ ମାଧ୍ୟମ ବିଦ୍ୟାଳୟରୁ ୧୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୯୮ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଦ୍ୟାଳୟର ଛାତ୍ରୀ ଅର୍ଚ୍ଚିତା ପ୍ରଧାନ ସର୍ବୋଚ୍ଚ ୯୫ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟର ଗୌରବ ବୃଦ୍ଧିକରିଛନ୍ତି । ତେବେ ୯୦ ପ୍ରତିଶତରୁ ଅଧିକ ୫ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିଲାବେଳେ ୮୦ ରୁ ୯୦ ପ୍ରତିଶତ ମଧ୍ୟରେ ୨୩ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ସେହିପରି ୭୦ ରୁ ୮୦ ପ୍ରତିଶତ ମଧ୍ୟରେ ୨୭ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ସଫଳତାରେ ବିଦ୍ୟାଳୟର ସଭାପତି ତଥା ନିର୍ଦ୍ଦେଶକ କେଶବ ଚନ୍ଦ୍ର ମହାନ୍ତ, ଅଧ୍ୟକ୍ଷ ରସକିନ୍ନେ ସାମେଟିଲ୍ , ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କୃତି ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

ଡମ୍ବରୁଧର ମହାନ୍ତ ଙ୍କ ରିପୋର୍ଟ।

4
716 views

Comment