logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

*ବର୍ଷା ସାହିତ୍ୟ ସଂସଦର ସାରସତ୍ଵ ସମାରୋହ*


ଦାମନଯୋଡି: "ସଂସ୍କୃତି ପରିବର୍ତ୍ତନଶୀଳ, ଭାରତ ପରିବର୍ତ୍ତନରେ ବିଶ୍ୱାସ କରେ, ତେଣୁ ଭାରତୀୟ ସଂସ୍କୃତି ବିଶ୍ୱରେ ଆଦୃତ ହୋଇପାରିଛି।" ବର୍ଷା ସାହିତ୍ୟ ସଂସଦ ର ସାରସତ୍ଵ ସମାରୋହରେ ମୁଖ୍ୟ ବକ୍ତା ଭାବରେ ବିଶିଷ୍ଟ ସ୍ତମ୍ଭକାର, ସଂସ୍କୃତି ଗବେଷକ ତଥା 'କଳା ଏବଂ ସାଂସ୍କୃତିକ ଐତିହ୍ୟ ପାଇଁ ଭାରତୀୟ ଜାତୀୟ ଟ୍ରଷ୍ଟ, ଭୁବନେଶ୍ୱର' ର ଆବାହକ ଅନିଲ ଧୀର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ କହିଥିଲେ । ଶିଳ୍ପାଞ୍ଚଳ ଦାମନଯୋଡିର ଅଗ୍ରଣୀ ସାହିତ୍ୟ ସଂଗଠନ "ବର୍ଷା ସାହିତ୍ୟ ସଂସଦ" ନାଲକୋ ଟାଉନସିପ ସ୍ଥିତ ସରସ୍ୱତୀ ବିଦ୍ୟା ମନ୍ଦିର ପ୍ରେକ୍ଷାଳୟରେ ଏହି ଗରୀମାମୟ ସାରସ୍ୱତ ସମାରୋହ ପାଳନ ହୋଇଥିଲା । ସଭାପତି ଅରୁଣ କୁମାର ମହାନ୍ତି ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ନାଲକୋ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅମରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନିଲ ଧୀର ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ । ଅନ୍ୟ ପକ୍ଷରେ "ସଂସ୍କୃତି, ସଭ୍ୟତା,ପରମ୍ପରା ଆଦିର ପୁନରୁଦ୍ଧାର ମାଧ୍ୟମ ସାହିତ୍ୟ" ବୋଲି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟ ର ସହକାରୀ ପ୍ରଧ୍ୟାପକ (ଓଡ଼ିଆ ବିଭାଗ) ଡଃ ଆଲୋକ ବରାଳ ସମ୍ମାନୀତ ବକ୍ତା ଭାବରେ ଯୋଗ ଦେଇ କହିଥିଲେ । ଏହି ସମାରୋହ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ସାହିତ୍ୟ ସମ୍ପର୍କିତ ଆଲୋଚନା ହୋଇଥିଲା । ସଂସଦ ର ସମ୍ପାଦକ ଶ୍ରୀଧର ପରିଡ଼ା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ତାଙ୍କର ସ୍ୱରଚିତ "ପୁସ୍ତକ ପାହାଡ଼ ତଳର ଗାଁ" ଉନ୍ମୋଚିତ ହୋଇଥିଲା । ସେହିପରି ସରସ୍ୱତୀ ବିଦ୍ୟା ମନ୍ଦିରର ବରିଷ୍ଠ ବିଜ୍ଞାନ ଶିକ୍ଷକ ରାଜୀବ କୁମାର ନାୟକ ଙ୍କ ରଚିତ "କଳିଙ୍ଗବୀର ବିଜୁ ପଟ୍ଟନାୟକ, ଏକ ପରିଚୟ" (ଜୀବନୀ ପୁସ୍ତକ) ଉନ୍ମୋଚିତ ହୋଇଥିଲା । ଇତି ଅବସରରେ ମାଲକାନଗିରି ର କିଶୋର ପ୍ରଧାନ ଓ ରାଜୀବ କୁମାର ନାୟକ ଙ୍କୁ ସାହିତ୍ୟ ସାଧନା ପାଇଁ 'ବର୍ଷା ସାହିତ୍ୟ ସଂସଦ ସମ୍ମାନ -୨୦୨୬' ସମ୍ମାନରେ ସମ୍ମାନୀତ କରାଯାଇଥିଲା । ସେହିପରି ଗତ ଶିକ୍ଷାବର୍ଷ ଦଶମ ବୋର୍ଡ଼ ପରୀକ୍ଷାରେ ମାତୃଭାଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ସମ୍ମାନୀତ କରାଯାଇଥିଲା ।ସଂସଦର ବରିଷ୍ଠ ସଦସ୍ୟ ଅଶୋକ କୁମାର ମହାନ୍ତି ଓ ସଦସ୍ୟା ସ୍ୱାତୀ ଚାଟାର୍ଜୀ ମଞ୍ଚ ସଂଯୋଜନା କରିଥିବା ବେଳେ ସମସ୍ତ ସଦସ୍ୟ ମିଳିତ ଭାବରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ଦ୍ୱିତୀୟ ଅଧିବେଶନରେ କବି କବୟତ୍ରୀ ମାନଙ୍କ ସ୍ୱରଚିତ କବିତା ପାଠ ହୋଇଥିଲା । ଅବିଭକ୍ତ କୋରାପୁଟ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ କବି ଓ କବୟତ୍ରୀ ଏଥିରେ ଭାଗ ନେଇଥିଲେ । ଦ୍ୱିତୀୟ ଅଧିବେଶନରେ ନାଲକୋର ମୁଖ୍ୟ ମହାପ୍ରବନ୍ଧକ ସଞ୍ଜୟ କୁମାର ପଟ୍ଟନାୟକ ସ୍ୱତନ୍ତ୍ର ଅତିଥି ଭାବରେ ଯୋଗଦେଇ ସମସ୍ତଙ୍କୁ ବର୍ଷା ସାହିତ୍ୟ ସଂସଦ ପକ୍ଷରୁ ମାନପତ୍ର ପ୍ରଦାନ କରିଥିଲେ । ଦ୍ୱିତୀୟ ଅଧିବେଶନ କୁ ସଦସ୍ୟା ସାନ୍ତାବାଳା ରଥ , ପ୍ରଭାସିନୀ ପାଣି, ତପସ୍ୱିନୀ ମିଶ୍ର ମିଳିତ ଭାବେ ସଂଯୋଜନା କରିଥିବା ବେଳେ ଯୁବ କବି ଦେବେନ୍ଦ୍ର କୁମାର ରାଜୁ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ସଦସ୍ୟ ମିଳିତ ଭାବରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

22
1184 views

Comment