ଖଇରପୁଟ ବ୍ଲକ ପୋଡ଼ଘାଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ‘ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର’ ଅନୁଷ୍ଠିତ
ମାଲକାନଗିରି:୨୭/୦୪(ସନ୍ତୋଷ କୁମାର ପଣ୍ଡା):ଖଇରପୁଟ ବ୍ଲକ ପୋଡ଼ଘାଟ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ‘ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଏବଂ ବନଖଣ୍ଡ ଅଧିକାରୀଙ୍କ ସମେତ ସମସ୍ତ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗକୁ ପ୍ରତ୍ୟକ୍ଷ ଭାବେ ଶୁଣିବା ସହ ତାହାର ସମାଧାନ ପାଇଁ ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଲୋକଙ୍କ ନିକଟରେ ସହଜରେ ପହଞ୍ଚାଇବା ଏବଂ ସେବା ପ୍ରଦାନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଜିଲ୍ଲାପାଳ ଶିବିରର ବିଭିନ୍ନ ଷ୍ଟଲ୍ ବୁଲି ଦେଖିଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାପାଳ ପୋଡ଼ଘାଟ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ସ୍ଥାନୀୟ ଆଶ୍ରମ ସ୍କୁଲ୍ ପରିଦର୍ଶନ କରି ଶିକ୍ଷାଦାନର ମାନ ଓ ଭିତ୍ତିଭୂମିର ସମୀକ୍ଷା ମଧ୍ୟ କରିଛନ୍ତି।