logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କେନ୍ଦୁଝର:୦୧/୦୬ (ଖଣ୍ଡାଧାର ନିଉଜ ବ୍ୟୁରୋ) ଆଜି କେନ୍ଦୁଝରଗଡ ସଦରମହକୁମା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ପ୍ରାନ୍ତରରୁ ଅନେକ ଅଭିଯୋଗ କର୍ତ୍ତା ଉକ୍ତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ଦେଖିବାକୁ ମିଳିଅଛି। କାର୍ଯ୍ୟକ୍ରମ ସକାଳ ୮ ଘଟିକାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ ଘଟିକା ପର୍ଯ୍ୟନ୍ତ ଚାଲୁରହିଥିଲା। ଇତି ମଧ୍ଯରେ ୧୪୦ରୁ ଉର୍ଦ୍ଧ୍ବ ଅଭିଯୋଗ ଗୁଡିକ ଶୁଣାଣି ପାଇଁ ପଞ୍ଜୀକରଣ କରାଯାଇଥିବା ଜଣାପଡିଛି। ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଜିଲ୍ଲାର ବିଭିନ୍ନ ବିଭାଗର ପଦାଧିକାରୀ ମାନଙ୍କ ସମିଳିତ ହୋଇ ଉକ୍ତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଶାନ୍ତି ଓ ଶ୍ରୁଙ୍ଖଳାର ସହିତ ସମ୍ପନ୍ନ ହୋଇଥିବା ଦେଖିବାକୁ ମିଳିଅଛି।

13
734 views

Comment