logo

*ଭାରସାମ୍ୟ ହରାଇ ଗଛରେ ବୋଲେରୋ ପିଟି ଗାଡି ଚାଳକ ମୃତ* :

ମହୁଲଡିଆ ଗ୍ରାମର ମୁରଲୀ ଧର ସାହୁ (ପିଙ୍କୁ) ଏକ ଓଡି ୦୭ଆର- ୦୪୫୫ ନଂ ବୋଲେରୋ ଗାଡ଼ିରେ ବଣେଇ ଚୈତ୍ର ମେଳା ଦେଖିବାକୁ ଯାଇ ବିଳମ୍ବିତ ରାତିରେ ଘରକୁ ଫେରୁ ଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାର ଖବର ପାଇବା ପରେ ଲୋକେ ଆମ୍ବୁଲାନ୍ସ ଯୋଗେ ଉପଖଣ୍ଡ ଚିକିତ୍ସାଳୟକୁ ନିଆ ଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ପରୀକ୍ଷା ନିରୀକ୍ଷା କରି ମୃତ ଘୋଷଣା କରିଥିଲେ। ଦୁର୍ଘଟଣାଟି ଘଟିଛି ସୁନ୍ଦରଗଡ଼ ଜିଲ୍ଲା ସ୍ଥିତ ବଣାଇ ଉପଖଣ୍ଡ ସ୍ଥିତ ବଣାଇଁ ଥାନା ଅନ୍ତର୍ଗତ ଜକେଇକଳା ଗାଁ ମୁଣ୍ଡରେ ଗତକାଲି ବିଳମ୍ବିତ ରାତିରେ ଏକ ବୋଲେରୋ ଗାଡ଼ି ଗଛରେ ବାଡେଇ ହୋଇ ଗାଡ଼ିଟି ଓଲଟି ପଡ଼ିବା ସହିତ ଗାଡି ଚାଳକର ମୃତ୍ୟୁ ହୋଇଥିବା ଜଣାପଡିଛି। ତାଙ୍କ ଗାଡିଟି ଭାରସାମ୍ୟ ହରାଇ ଜକୈକଳା ଗାଁ ମୁଣ୍ଡରେ ଥିବା ଏକ ଗଛରେ ବାଡେଇ ହେବା ସହ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣାର ଭୟଙ୍କର ଶବ୍ଦ ଶୁଣି ରାସ୍ତାରେ ଯାଉଥିବା ଲୋକେ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଦେଖିଲା ବେଳେକୁ ବୋଲେରୋ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ଓଲଟି ପଡ଼ିଛି। ତେବେ ଗାଡ଼ିରେ ଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମେ ଗାଡ଼ିକୁ ସିଧା କରିଥିଲେ ।ପରେ ବହୁ ଚେଷ୍ଟା ପରେ ଗାଡ଼ିରେ ଚାପି ହୋଇ ରହିଥିବା ଚାଳକଙ୍କୁ ଉଦ୍ଧାର କରିବା ସହିତ ବଣାଇଁ ପୋଲିଶ ଓ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ।ଖବର ପାଇ ପୋଲିଶ ଓ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କ ସହାୟତାରେ ଗୁରୁତର ଥିବା ଚାଳକଙ୍କୁ ଆମ୍ବୁଲାନ୍ସ ଯୋଗେ ବଣାଇଁ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆ ଯାଇଥିବା ବେଳେ ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିଶ ଗାଡ଼ିକୁ ଜବତ କରିବା ସହିତ ଘଟଣାର ତଦନ୍ତ ଚଲାଇଥିବା ଜଣାପଡ଼ିଛି।
ରାଉରକେଲା ରୁ ବରିଷ୍ଠ ସାମ୍ବାଦିକ ସଂଜୀବ କୁମାର ପାଢୀଙ୍କ ରିପୋର୍ଟ ।

24
1447 views