logo

ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ। ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

0
0 views