logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କାଲି ଶପଥ ନେବେ ନୂଆ ସିଏମ୍‌; ନବୀନଙ୍କୁ ନିମନ୍ତ୍ରଣ କଲା ବିଜେପି.

ଆସନ୍ତାକାଲି ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ରାଜ୍ୟରେ ଆରମ୍ଭ ହେବ ବିଜେପି ଶାସନ। ଏଥିପାଇଁ ଭୁବନେଶ୍ୱରର ଜନତା ମଇଦାନ ପ୍ରସ୍ତୁତ। ଆସନ୍ତାକାଲି ଶପଥ ସମାରୋହରେ ସାମିଲ ହେବା ପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଭୁବନେଶ୍ବର। ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା। ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ଯାଇ ନିମନ୍ତ୍ରଣ କରିଥିବା ସୂଚନା ମିଳିଛି। ତେବେ ନବୀନ ବାବୁ ନିଶ୍ଚୟ ପହଞ୍ଚିବେ ବୋଲି କହିଥିବା ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

162
17052 views

Comment