logo

ଚୈତ୍ର ନବରାତ୍ର ପାଳନ କରିବାର ମୁଖ୍ଯ ଉଦ୍ଦେଶ୍ଯ।

ଓଁ ପ୍ରଥମଂ ଶୈଲପୁତ୍ରୀ ଚ ଦ୍ବିତୀୟଂ ବ୍ରହ୍ମଚାରିଣୀ ।
ତ୍ରୁତୀୟଂ ଚନ୍ଦ୍ରଘଣ୍ଟେତି କୃଷ୍ଣାଣ୍ଡେତି ଚତୁର୍ଥକମ୍‌ ॥
ପଞ୍ଚମଂ ସ୍କନ୍ଦମାତେତି ଷଷ୍ଠଂ କାତ୍ୟାୟନୀତି ଚ ।
ସପ୍ତମଂ କାଲରାତ୍ରୀତି ମହାଗୌରୀତି ଚାଷ୍ଟମମ୍‌ ॥
ନବମଂ ସିଦ୍ଧିଦାତ୍ରୀ ଚ ନବଦୁର୍ଗାଃ ପ୍ରକୀତତାଃ ।
ଉକ୍ତାନ୍ୟେତାନି ନାମାନି ବ୍ରହ୍ମଣ୍ୟେବ ମହାତ୍ମନା ॥

ଓଁ କାତ୍ୟାୟନାୟ ବିଦ୍ମହେ କନ୍ୟାକୁମାରୀ ଧୀମହି ।
ତନ୍ନୋ ଦୁର୍ଗିଃ ପ୍ରଚୋଦୟାତ୍ ।।

ଓଁ ୟା ଦେବୀ ସର୍ବଭୂତେଷୁ ମାତ୍ରୁରୂପେଣ ସଂସ୍ଥିତା ।
ନମସ୍ତସୈ ନମସ୍ତସୈ ନମସ୍ତସୈ ନମୋ ନମଃ ।।

ଓଁ ଜଗନ୍ମାତ୍ରେ ନମଃ ।।

ଓଁ ସର୍ବମଙ୍ଗଲମାଙ୍ଗଲ୍ୟେ ଶିବେ ସର୍ବାର୍ଥସାଧିକେ ।
ଶରଣ୍ୟେ ତ୍ର୍ୟମ୍ବକେ ଗୌରୀ ନାରାୟଣୀ ନମୋଽସ୍ତୁତେ ।।

ଶରଣାଗତଦୀନାର୍ତ ପରିତ୍ରାଣପରାୟଣେ ।
ସର୍ବସ୍ୟାର୍ତିହରେ ଦେବୀ ନାରାୟଣୀ ନମୋଽସ୍ତୁତେ ।।

ଆପଣମାନଙ୍କୁ ପବିତ୍ର ଚୈତ୍ର ନବରାତ୍ରୀ ପାଳନ ପରିପ୍ରେକ୍ଷୀରେ ଜଗତଜନନୀ ମାତା ଦୁର୍ଗାଙ୍କ ପୂଜା ଶୁଭାରମ୍ଭରେ ଅନେକ ଅନେକ ଶୁଭେଚ୍ଛା ଜଣାଉଅଛି ।

ନବରାତ୍ରୀ ପାଳନ କରିବାର ମୁଖ୍ଯ ଉଦ୍ଦେଶ୍ଯ !
---------------------------------------------

ବସନ୍ତ ଓ ଶରତ ଋତୁରେ ଦେବୀ ପୂଜା ଓ ଆରାଧନା କରାଯାଏ । ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନଗଗୌରୀ ବା ନବଦୁର୍ଗା (ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟୟନୀ, କାଳରାତ୍ରୀ, ମହାଗୌରୀ)ଙ୍କ ପୂଜା ଅନୁଷ୍ଠିତ ହୁଏ ।

ନବଦୁର୍ଗା
------------
ଶୈଳପୁତ୍ରୀ: ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ । ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାନ୍ତି ।

ବ୍ରହ୍ମଚାରିଣୀ: ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମାତା ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାନ୍ତି। ମାଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ । ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ । ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି ।

ଚନ୍ଦ୍ରଘଣ୍ଟା: ଏହା ଦେବୀଙ୍କ ଉଗ୍ରରୂପ । ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ । ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ।

କୁଷ୍ମାଣ୍ଡା: ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି । ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାନ୍ତି ।

ସ୍କନ୍ଧମାତା: ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଧମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଧକୁ କୋଳରେ ବସାଇଥାନ୍ତି ।

କାତ୍ୟାୟନୀ: ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ, ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନ ଶ୍ରୀକୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ । ତେଣୁ ବିବାହ ହୋଇପାରୁନଥିବା କନ୍ଯା ମାନେ ଦେବୀଙ୍କୁ ଉପାସନା କରିବା ଉଚିତ୍।

କାଳରାତ୍ରୀ: ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ । ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ଼୍‌ଗ ଧାରଣ କରିଥାନ୍ତି ।

ମହାଗୌରୀ: ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ । ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର, ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାନ୍ତି ଓ ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାନ୍ତି ।

ସିଦ୍ଧିଦାତ୍ରୀ: ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। (କେତେକ ଧର୍ମଗ୍ରନ୍ଥରେ ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି।) ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ କରାଯାଇଥାଏ ।

ଏଠାରେ ପ୍ରକାଶ କରାଯାଇଥିବା ତଥ୍ଯ ନବରାତ୍ରୀ-ଉଇକିପିଡିଆ ରୁ ସଂଗ୍ରହ କରାଯାଉଛି। ସନାତନ ଧର୍ମ, ସଂସ୍କୃତି, ପରମ୍ପରା ପାଳନର ମୁଖ୍ଯ ଉଦ୍ଦେଶ୍ଯ ପ୍ରଚାର ଓ ପ୍ରସାରଣ କରିବା ପାଇଁ ପୁନର୍ବାର ଚୈତ୍ର ନବରାତ୍ର ଆରମ୍ଭ ପରିପ୍ରେକ୍ଷୀରେ ପ୍ରକାଶିତ କରାଯାଉଛି।

ଉପସ୍ଥାପନା: ପୁରୁଷୋତ୍ତମ ପାତ୍ର, କେନ୍ଦୁଝର।

49
2016 views