ଶିକ୍ଷକ ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର
ଅନୁଗୋଲ (କରୁଣାକର ନାୟକ)୬/୯ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପି ଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ,କିଶୋରନଗରର ଶିକ୍ଷକ ତଥା ବିଶିଷ୍ଟ ଶିଶୁ ସାହିତ୍ୟିକ ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ୨୦୨୪ ବର୍ଷ ନିମନ୍ତେ ମର୍ଯ୍ୟାଦାଜନକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । ଆଜି ପବିତ୍ର ଗୁରୁ ଦିବସ ଅବସରରେ ଅନୁଗୋଳ ବାଳିକା ବିଦ୍ୟାଳୟ ପରିସରରେ ଆୟୋଜିତ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ ଅଧ୍ୟକ୍ଷତା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ମଣ୍ଡଳଶିକ୍ଷା ଅଧିକାରୀ ପ୍ରସନ୍ନ ପାଣିଗ୍ରାହୀ , ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା , ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରତିଭା ବାରିକ , ଲୋପାମୁଦ୍ରା ପଟ୍ଟନାୟକ ଓ ମଧୁସ୍ମିତା ନନ୍ଦ ପ୍ରମୁଖ ଯୋଗଦେଇ କୃତୀ ଶିକ୍ଷକ ସଂଗ୍ରାମ କେଶରୀ ପୃଷ୍ଟିଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଅମ୍ବୁଜ ଗଡ଼ନାୟକ ପରିଚାଳନା କରିଥିଲେ । ଶ୍ରୀ ପୃଷ୍ଟିଙ୍କ ଏହି ସଫଳତା ପାଇଁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।