logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା କେନ୍ଦୁଝର ଠାରେ "ଶୂନ ଦୁର୍ଘଟଣା ଦିବସ" ଅଭିଯାନର ଶୁଭାରମ୍ଭ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରଠାରେ “ଶୂନ ଦୁର୍ଘଟଣା ଦିବସ” ଅଭିଯାନର ଶୁଭାରମ୍ଭ କରିଛନ୍ତି। ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆହ୍ୱାନ ଦେଇଛନ୍ତି।
ଏଥିସହ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ଟି ବ୍ଲକରେ ସଡକ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥର ଶୁଭାରମ୍ଭ କରିଛନ୍ତି।
ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ୱ ନୁହେଁ। ଏଥିପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ। ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ, ଘରେ ଘରେ ପହଞ୍ଚାଇବା। ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା। ସତର୍କତା ହିଁ ଆମକୁ ଦୁର୍ଘଟଣାରୁ ବଞ୍ଚେଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

84
3565 views

Comment