କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ 'ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର'
କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ 'ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର' ଜଙ୍ଗଲ ବିଭାଗ ଓ ଜିଲ୍ଲା ପ୍ରଶାସନ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନାପ୍ରାୟ ୧୩୪ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠା ହେବ 'ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର'ଜୈବ ବିବିଧତା ସଂରକ୍ଷଣ, କମ୍ୟୁନିଟି ସେଣ୍ଟର, ଇକୋ-ଟୁରିଜିମ ଏବଂ ଗବେଷଣା ଓ ଶିକ୍ଷାର ବିକାଶ ପାଇଁ ନିର୍ମାଣ କରାଯିବ ଏହି କେନ୍ଦ୍ରଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ ଏବଂ ବନ ବାହିନୀର ମୁଖ୍ୟ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ଆଭାସୀ ମାଧ୍ୟମରେ କେନ୍ଦୁଝର ଜିଲ୍ଲାପାଳ ଓ କେନ୍ଦୁଝର ବନଖଣ୍ଡ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।