logo

ପ୍ରାଣୀ ବିଜ୍ଞାନ ବିଭାଗରେ ସ୍ୱାଗତ ଉତ୍ସବ।

ପ୍ରାଣୀ ବିଜ୍ଞାନ ବିଭାଗରେ ସ୍ୱାଗତ ଉତ୍ସବ।

ଘସିପୁରା ବ୍ଲକ ଅନ୍ତର୍ଗତ ରେକୁଟିଆସ୍ଥିତ କୁଶଳେଶ୍ୱର ଆଞ୍ଚଳିକ ମହାବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ବିଭାଗ ଆନୁକୁଲ୍ୟରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ବାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ଯାଇଛି। ଅଧ୍ୟକ୍ଷ ସଞ୍ଜୟ କୁମାର ମିଶ୍ରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସଭାରେ ମୂଖ୍ୟ ଅଧ୍ୟାପିକା ଅଳକା ପାଢ଼ୀ ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିଲେ। ବିଭାଗର ତୃତୀୟ ଓ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀ ପ୍ରଥମ ବର୍ଷ ର ଛାତ୍ର ଛାତ୍ରୀଙ୍କୁ ପୁଷ୍ପ ଗୁଚ୍ଛ ଓ ଉପହାର ପ୍ରଦାନ ପୂର୍ବକ ବିଭାଗକୁ ସ୍ବାଗତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ସୁରେନ୍ କୁମାର ପୁହାଣଙ୍କ ତତ୍ତ୍ଵାବଧାନରେ ଛାତ୍ର ଛାତ୍ରୀମାନେ କାର୍ଯକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ଅମିତ୍ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ସଭା ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଘଷିପୁରାରୁ ବିଜୟ ଜେନାଙ୍କ ରିପୋର୍ଟ,
ମୋବାଇଲ -୭୭୩୫୫୮୯୬୫୭

9
603 views