logo

ପାଟଣା ରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ।

ପାଟଣା ରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ।
----------------------------------------------

ପାଟଣା:୪/୧୨, ପାଟଣା ମୁଖ୍ୟାଳୟ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବ୍ଲକ ଶିକ୍ଷାଅଧିକରୀଙ୍କ ସହଯୋଗ ରେ ଆନ୍ତର୍ଜାତୀୟ ବିଶ୍ଵ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ପୂର୍ବାହ୍ନ ୧୦.୩୦ ମିନିଟ ସମୟରେ ଶତାଧିକ ଦିବ୍ୟାଙ୍ଗ ଛାତ୍ରଛତ୍ରୀମାନଙ୍କୁ ନେଇ ଏକ ପଦଯାତ୍ରା ବ୍ଲକ ସହାୟକ ଶିକ୍ଷକ ରଜନୀ ନାଏକ ଓ ମୀନକେତନ ପାତ୍ରଙ୍କ ତତ୍ତ୍ଵାବଧାନରେ ବଜାର ପରିକ୍ରମା କରିଥିଲା। ଏହି କାର୍ଯ୍ୟକ୍ରରେ ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ସେଠୀ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷକ କମଳାକାନ୍ତ ପତି, କ୍ଲୁଷ୍ଟର ସଂଯୋଜକ ଜ୍ୟୋତିର୍ମୟ ତ୍ରୀପାଠୀ, କୁନାଲ ପଣ୍ଡା, ରଞ୍ଜନ ସେଠୀ, ଲିପ୍ଟନ ସାହୁ ଓ ବ୍ଲକର ସମସ୍ତ ସ୍ବେଚ୍ଛାସେବୀ ମାନେ ଯୋଗ ଦେଇଥିଲେ। ଏଠାରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ନୃତ୍ୟ, ସଙ୍ଗୀତ, ମୂଜିକ ଚେୟାର ଇତ୍ୟାଦି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛତ୍ରୀ ମାନଙ୍କୁ ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ଅମାତ, ସମ୍ମାନୀତ ଅତିଥି ଭାବରେ କମଳାକାନ୍ତ ପତି, ଜ୍ୟୋତିର୍ମୟ ତ୍ରୀପାଠୀ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ କୁନାଲ ପଣ୍ଡା ସଂଯୋଜନା କରିଥିଲେ।ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ଅନ୍ୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିବାରେ ସହଯୋଗ କରିଥିଲେ।

ସାମ୍ବାଦିକ ବିଜୟ ରତ୍ନ ପତି ଙ୍କ ରିପୋର୍ଟ/ମୋବାଇଲ: ୯୪୩୯୨୧୧୧୭୮

25
1055 views