logo

*ମହା ଆଡମ୍ବରରେ ଉଦ୍ଘାଟିତ ହେଲା ପରବ ସମାରୋହ*

*ସଂସ୍କୃତି ଓ ପରମ୍ପରା ଆମ ଜାତିର ସ୍ୱାଭିମାନ - ମନ୍ତ୍ରୀ କୃଷ୍ଣ ମହାପାତ୍ର*

ଦାମନଯୋଡି/କୋରାପୁଟ: ଜାତୀୟ ସ୍ତରୀୟ ଲୋକ ମହୋତ୍ସବ କୋରାପୁଟ ଜିଲ୍ଲାର ସଂସ୍କୃତି, ଐତିହ୍ୟ, ପରମ୍ପରା ଆଦିର ବାର୍ତ୍ତାବହ ଜାତୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସଂନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ସକାଳେ କୋରାପୁଟ ର ଆରାଧ୍ୟା ଦେବୀ ମାଁ ମୂତ୍ୟାଲୁମା ମନ୍ଦିରରେ ପୂଜାର୍ଚ୍ଚନା କରି ଆଜ୍ଞାମାଳ ଅଣାଯାଇଥିଲା । ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ପଲ୍ଲୀଶ୍ରୀ ମେଳାକୁ ଉଦ୍ଘାଟନ କରିଥିଲେ । ପରେ ଜିଲାପାଳ ତଥା ପରବ କମିଟି ଅଧ୍ୟକ୍ଷ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପରବ ମୁଖ୍ୟ ସମାରୋହରେ ମନ୍ତ୍ରୀ ଶ୍ରୀ ମହାପାତ୍ର ମଶାଲ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ସଂସ୍କୃତି ଏକ ଜାତିର ପରିଚୟ, ଆମ ସ୍ବାଭିମାନର ପ୍ରତୀକ, ତେଣୁ ଆମେ ଆମ ସଂସ୍କୃତି ପରମ୍ପରାକୁ ପରବ ମାଧ୍ୟମରେ ବଜାୟ ରଖିବା ବୋଲି ମୂଖ୍ୟ ଅଥିତି ବକ୍ତବ୍ୟ ରଖିଥିଲେ । ପରବ ମାଧ୍ୟମରେ କୋରାପୁଟ ମାଟିର ସଂସ୍କୃତି ଓ ଏତିହ୍ୟ ନିଜର ପରିଚୟ ଦେଇଥାଏ, ପରବରେ ଆମ ଆଦିବାସୀଙ୍କ ଦ୍ଵାରା ଉତ୍ପାଦିତ ସାମଗ୍ରୀ ବିଦେଶୀ ପର୍ଯ୍ୟଟକ ମାନଙ୍କ ଦ୍ଵାରା କିଣା ଯିବା ଦ୍ଵାରା ସେମାନଙ୍କ ଆର୍ଥିକ ଅଭିବୃଦ୍ଧି ହେଉଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ପରବ ଆଜି ଜାତୀୟ ଆଦିବାସୀ ମହୋତ୍ସବ ମାନ୍ୟତା ପାଇବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କହିଥିଲେ। ଆଦିବାସୀ ସଂସ୍କୃତି ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ପରବ ପାଳନର ଯଥାର୍ଥତା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । କୋରାପୁଟ ବିଧାୟକ ରଘୁରାମ ମାଛ ,ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା କୋଟପାଡ ବିଧାୟକ ରୂପ ଭତ୍ରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଲେକା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପରବ ପାଳନର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କୋରାପୁଟ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ବନ୍ଦେ ମାତରମ ସଙ୍ଗୀତ ପରିବେଷଣ କରିଥିଲେ । ଜିଲ୍ଲାପାଳ,ସ୍ୱାଗତ ଭାଷଣ ଦେଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଅତିଥି ମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ଓ କଳାକାର ମାନଙ୍କୁ ସମ୍ମାନିତ କରିଥିଲେ । ପରବର ପ୍ରଥମ ରାତିରେ ଦୂରୂଆ ସମ୍ପ୍ରଦାୟର ଢେମାଶା , ଓଡ଼ିଶୀ, ମସ୍ତିପୁଟର କାଠି ନାଚ,ଢ଼େମଶା ନୃତ୍ୟ, ସାନ୍ତାଳୀ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କ ମନ ମୋହିଥିଲା । ବକ୍ତବ୍ୟ ରଖିଥିଲେ। ପରବ ମାଧ୍ୟମରେ କୋରାପୁଟ ମାଟିର ସଂସ୍କୃତି ଓ ଏତିହ୍ୟ ନିଜର ପରିଚୟ ଦେଇଥାଏ, ପରବରେ ଆମ ଆଦିବାସୀଙ୍କ ଦ୍ଵାରା ଉତ୍ପାଦିତ ସାମଗ୍ରୀ ବିଦେଶୀ ପର୍ଯ୍ୟଟକ ମାନଙ୍କ ଦ୍ଵାରା କିଣା ଯିବା ଦ୍ଵାରା ସେମାନଙ୍କ ଆର୍ଥିକ ଅଭିବୃଦ୍ଧି ହେଉଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ । ପରବ ଆଜି ଜାତୀୟ ଆଦିବାସୀ ମହୋତ୍ସବ ମାନ୍ୟତା ପାଇବା ଆମ ପାଇଁ ଗର୍ବର ବିଷୟ ବୋଲି କହିଥିଲେ । ଆଦିବାସୀ ସଂସ୍କୃତି ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ପରବ ପାଳନର ଯଥାର୍ଥତା ଉପରେ ମନ୍ତ୍ରୀ ପ୍ରତିପାଦନ କରିଥିଲେ । କୋରାପୁଟ ବିଧାୟକ ରଘୁରାମ ମାଛ ,ପଟ୍ଟାଙ୍ଗି ବିଧାୟକ ରାମ ଚନ୍ଦ୍ର କାଡାମ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା କୋଟପାଡ ବିଧାୟକ ରୂପ ଭତ୍ରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଳେକା,ଏସପି ରୋହିତ ବର୍ମା ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପରବ ପାଳନର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କୋରାପୁଟ ଶିଶୁ ବିଦ୍ୟା ମନ୍ଦିରର ଛାତ୍ର ଛାତ୍ରୀ ବନ୍ଦେ ମାତରମ ସଙ୍ଗୀତ ପରିବେଷଣ କରିଥିଲେ। ଜିଲ୍ଲାପାଳ ,ସ୍ୱାଗତ ଭାଷଣ ଦେଇଥିବାବେଲେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଅତିଥି ମାନେ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ଓ କଳାକାର ମାନଙ୍କୁ ସମ୍ମାନିତ କରିଥିଲେ। ପରବର ପ୍ରଥମ ରାତିରେ ଦୂରୂଆ ସମ୍ପ୍ରଦାୟର ଢେମାଶା , ଓଡ଼ିଶୀ, ମସ୍ତିପୁଟର କାଠି ନାଚ,ଢ଼େମଶା ନୃତ୍ୟ, ସାନ୍ତାଳୀ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ସଙ୍ଗୀତ ପରିବେଷଣ ଦର୍ଶକଙ୍କ ମନ ମୋହିଥିଲା । ଏହି ମହୋତ୍ସବ ଆସନ୍ତା ୨୨ ତାରିଖରେ ଉଦଯାପନ ହେବ ବୋଲି ସୂଚନା ମିଳିଛି ।

33
1060 views