logo

ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ।

ପାଟଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ।

ପାଟଣା-ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଶୁକ୍ରବାର ଧୁମଧାମରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ପ୍ରଧାନ ଶିକ୍ଷକ କମଳା କାନ୍ତ ପତି ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ,ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମାଜିକ କର୍ମୀ ଅଜୟ କୁମାର ଦାଶ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବିଧାୟକ ପ୍ରତିନିଧି କମଳା କାନ୍ତ ଦାଶ, ପାଟଣା ସରପଞ୍ଚ ବିନତି ବାନରା, ବ୍ଲକ ଶିକ୍ଷାଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାତ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜ୍ୟୋତିର୍ମୟ ତ୍ରିପାଠୀ, ଅବସର ପ୍ରାପ୍ତ ସଂସ୍କୃତ ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ମିଶ୍ର, ଓ ଏସ ଏମ ସି ସଭାପତି କଳ୍ପତରୁ କର ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଉତ୍ସବରେ ଶିକ୍ଷକ ପ୍ରକାଶ ମିଶ୍ର, ସୁଶାନ୍ତ ମହାନ୍ତ, ଯୋଗୋଜ୍ୟୋତି ମହାନ୍ତ, ଶୋଭାଗିନୀ ମହାନ୍ତ, ସସ୍ମିତା ନାୟକ, ମାଧବାନନ୍ଦ ମହାନ୍ତ, ପ୍ରମୁଖ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ରେ କ୍ରୀଡ଼ା ଓ ମେଧା ଅନ୍ୱେଷଣ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତ ଅତିଥିଗଣ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।

ସାମ୍ବାଦିକ ବିଜୟ ରତ୍ନ ପତିଙ୍କ ରିପୋର୍ଟ।

9
579 views