logo

ପୂର୍ବତନ ଜ଼ିଲ୍ଲା କଂଗ୍ରେସ ସଭାପତି ସୁବୋଧ ମହାପାତ୍ରଙ୍କ ବିୟୋଗରେ ଶୋକ।

*ପୂର୍ବତନ ଜ଼ିଲ୍ଲା କଂଗ୍ରେସ ସଭାପତି ସୁବୋଧ ମହାପାତ୍ରଙ୍କ ବିୟୋଗରେ ଶୋକ l*

କେନ୍ଦୁଝର: ଆଜି ସ୍ଥାନୀୟ କଂଗ୍ରେସ ଭବନରେ ପୂର୍ବତନ ଜ଼ିଲ୍ଲା କଂଗ୍ରେସ କମିଟି ସଭାପତି ସୁବୋଧ ଚନ୍ଦ୍ର ମହାପାତ୍ରଙ୍କ ବିୟୋଗରେ କେନ୍ଦୁଝର ଜ଼ିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶୋକବ୍ୟକ୍ତ କରିବା ସହିତ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ବରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ସ୍ବର୍ଗତ ମହାପାତ୍ରଙ୍କ ସ୍ମୃତି ଚାରଣ କରିବା ସହିତ ଦୁଇ ମିନିଟ ନିରବ ପ୍ରାର୍ଥନା କରା ଯାଇଥିଲା l ଏହି କାର୍ଯ୍ୟକ୍ରମରେ ଜ଼ିଲ୍ଲା କଂଗ୍ରେସ ସଭାପତି ମନୋଜ ଜେନା, ପୂର୍ବତନ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ ସାଂସଦ ଯଶବନ୍ତ ସିଂ ଲାଗୁରି, ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ, ଘସିପୁରା କଂଗ୍ରେସ ବିଧାୟକ ପ୍ରାର୍ଥୀ ସୁବ୍ରତ କୁମାର ଚକ୍ର, ପୂର୍ବତନ କଂଗ୍ରେସ ସାଂସଦ ପ୍ରାର୍ଥୀ ବିନୋଦ ବିହାରୀ ନାଏକ, ଜ଼ିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜଙ୍କ ସମତେ ବହୁତ ବ୍ଲକ ସଭାପତି, ବରିଷ୍ଠ କଂଗ୍ରେସ ନେତା, ଯୁବ, ଛାତ୍ର ଓ ମହିଳା କଂଗ୍ରେସ ନେତାମାନେ ଉପସ୍ଥିତ ଥିଲେ ଏବଂ ସେହିପରି ପୂର୍ବତନ ଜ଼ିଲ୍ଲା କଂଗ୍ରେସ ସଭାପତି ସ୍ବର୍ଗତ ମହାପାତ୍ରଙ୍କ ବିୟୋଗରେ ପୂର୍ବତନ ପିସିସି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଏବଂ ଏଆଇସିସି ସଦସ୍ୟ ନବଜ୍ୟୋତି ପଟ୍ଟନାୟକ ପ୍ରମୁଖ ପୃଥକ ପୃଥକ ଶୋକବ୍ୟକ୍ତ କରିଛନ୍ତି l

ସାମ୍ବାଦିକ ସତ୍ୟଜିତ ମିଶ୍ରଙ୍କ ରିପୋର୍ଟ।

12
699 views