logo

ଭୀମକୁଣ୍ଡ ରେ ମକର ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ।

ଭୀମକୁଣ୍ଡ ରେ ମକର ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ।

ପାଟଣା-୩/୧, ପାଟଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ସ୍ଥିତ ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡ ଠାରେ ଚଳିତ ବର୍ଷ ୩ ଦିନ ୧୪ ତାରିଖ ରୁ ୧୬ ତାରିଖ ପର୍ଯ୍ୟନ୍ତ ମକର ମହୋତ୍ସବ କୁ ଧୁମଧାମରେ ପାଳନ କରିବା ପାଇଁ ଆଜି ବ୍ଲକ ସଭା ଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣାପାଣି ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସାଂସଦ ଙ୍କ ବ୍ଲକ ପ୍ରତିନିଧି ପ୍ରହ୍ଲାଦ ପଲେଇ ବିଧାୟକ ଙ୍କ ପ୍ରତିନିଧି କମଳା କାନ୍ତ ଦାଶ, ବିଡ଼ିଓ ମାନସ କୁମାର ଦଣ୍ଡପାଟ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଡୁମୁରିଆ ସରପଞ୍ଚ ଗୌରହରି ନାଏକଙ୍କ ସହ ଅଗ୍ନିଶମ ବିଭାଗ, ବିଦ୍ୟୁତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ,ବନବିଭାଗ ଓ ଘଟଗାଁ ପୁଲିସ ଅଧିକାରୀ ପ୍ରମୁଖ ଅନ୍ୟମାନେ ବୈଠକରେ ଅଂଶ ଗ୍ରହଣ କରିଥିଲେ।ଚଳିତ ବର୍ଷ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଅଧିକ ଆକର୍ଷଣୀୟ କରିବା, ଯାନବାହନ ଶୃଙ୍ଖଳିତ ପାର୍କିଂ ବ୍ୟବସ୍ଥା, ଆଇନ ଶୃଙ୍ଖଳା ରକ୍ଷା କରିବା ପାଇଁ ଅଧିକ ପୁଲିସ ମୁତୟନ ଆଦି ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା।

ସାମ୍ବାଦିକ ବିଜୟ ରତ୍ନ ପତିଙ୍କ ରିପୋର୍ଟ।

21
797 views