logo

ଅତାସାହୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ।

ଅତାସାହୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ।

ଘଷିପୁରା,୭/୨ ଘଷିପୁରା ବ୍ଲକ ଅନ୍ତର୍ଗତ ବଳରାମପୁର ପଞ୍ଚାୟତ ର ଅତାସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିବେକାନନ୍ଦ ସେଠୀଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସରେଇ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ସାହୁ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଏବିଇଓ ଚମ୍ପୁଆ ଗୋବିନ୍ଦ ଚନ୍ଦ୍ର ସାହୁ ,ସମ୍ମାନିତ ଅତିଥି ବଳରାମପୁର ସରପଞ୍ଚ ମାଳତୀ ସେଠୀ, ସିଆରସିସି ଅଶୋକ କୁମାର ବାରିକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବାବାଜୀ ପାଗଳ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଶୃଙ୍ଖଳା ଜ୍ଞାନ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅମ୍ବରିଶ ପ୍ରସାଦ ରାଉତରାୟ ବାର୍ଷିକ ବିବରଣୀ ପଠନ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ।ସଭାଶେଷରେ ସହକାରୀ ଶିକ୍ଷୟତ୍ରୀ ପ୍ରମିଳା କୁମାରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ସର୍ବଶେଷରେ ବାର୍ଷିକ କ୍ରୀଡା ଉତ୍ସବ ର କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ସନ୍ଧ୍ୟାରେ ଛାତ୍ର ଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ବିଜୟ ଜେନା ଙ୍କ ରିପୋର୍ଟ।

5
781 views