logo

*ରାଶିଫଳ ଆଜି, ୧୫ ଫେବ୍ରୁଆରୀ, ରବିବାର*

*ରାଶିଫଳ ଆଜି, ୧୫ ଫେବ୍ରୁଆରୀ, ରବିବାର*

ମେଷ : ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ।

ମିଥୁନ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ।

କର୍କଟ : ସପ୍ତମ ଚନ୍ଦ୍ର, ରବିବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ।

ସିଂହ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ କନ୍ୟା, ସେମାନେ ସତର୍କ ହେବେ।

ତୁଳା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ।

ବିଛା : ତୃତୀୟ ଚନ୍ଦ୍ର, ରବିବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ।

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ।

ମକର : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମରେ ପରିବାର ସହ ଯୋଗଦେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠ ମକର, ସେମାନେ ଉପକୃତ ହେବେ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଅପସରିଯିବ ଏବଂ ଦେହ, ମନ ସୁସ୍ଥ ରହିବ । ଆୟର ନୂତନ ମାର୍ଗ ଖୋଲିବ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ।

ମୀନ : ଏକାଦଶ ଚନ୍ଦ୍ର, ରବିବାର ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ହିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ।

ରିପୋର୍ଟର - Er. MANAS RANJAN BEHERA, Angul

6
224 views