ରାଶିଫଳ ଆଜି, ୨୪ ଫେବୃଆରୀ, ମଙ୍ଗଳବାର
*ରାଶିଫଳ ଆଜି, ୨୪ ଫେବୃଆରୀ, ମଙ୍ଗଳବାର*
ମେଷ : ଦ୍ୱିତୀୟଚନ୍ଦ୍ର, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ।ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟକରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା, ସମ୍ମାନ, ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ।
ବୃଷ: ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ। ପରିବାରସହ କୌଣସି ବୈବାହିକ କର୍ମରେ ଯୋଗଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ। କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ।
ମିଥୁନ: ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ। ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ।
କର୍କଟ: ଏକାଦଶଚନ୍ଦ୍ର, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ।
ସିଂହ: ଦଶମଚନ୍ଦ୍ର, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ।ମନରେ ପ୍ରସନ୍ନତା, ଚାଲିଚଳନାରେ ସଂଯମତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ଆଜି ଯେକୌଣସି କର୍ମକରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ମନରେସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ ।ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ।
କନ୍ୟା: ନବମ ଚନ୍ଦ୍ର, ସକାଳ ୭ଟା ୦୨ ମିନିଟ୍ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ କୌଣସି ସଭା, କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ମିିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ।
ତୁଳା: ଅଷ୍ଟମଚନ୍ଦ୍ର, ସକାଳ ୭ଟା ୦୨ ମିନିଟ୍ପରେ ଅଷ୍ଟମୀତିଥି, ମଙ୍ଗଳବାର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ସରଞ୍ଜାମ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ଚାଲିିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ ।ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ସତର୍କ ହେବେ।
ବିଛା: ଘାତଚନ୍ଦ୍ରଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ୍ର ହେବ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି। ପରିଚିତ ମହିଳାଙ୍କ ଠାରୁ ଅପମାନ ମିଳିପାରେ କିମ୍ବା ତାଙ୍କଯୋଗୁ ବିପଦରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶମନେ ହେବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ।
ଧନୁ: ଷଷ୍ଠଚନ୍ଦ୍ରଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧିପାଇବ। ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତିରହିବ। ରୋଗ, ଋଣ, ଶତ୍ରୁରୁ ମୁକ୍ତିମିଳିବ ଏବଂ ଦେହ, ମନ ସୁସ୍ଥରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ।
ମକର: ଘାତବାର ଓ ପଞ୍ଚମ ଚନ୍ଦ୍ରଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକପ୍ରତିଷ୍ଠା, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ପିତାମାତାଙ୍କ କୃପାଲାଭ କରିବେ ଏବଂ ସନ୍ତାନମାନେ ଆଜ୍ଞାଧୀନ ହେବେ । ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ। କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ। ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠାମକର, ସେମାନେ ସୁଫଳ ପାଇବେ।
କୁମ୍ଭ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ମଙ୍ଗଳବାର ଓ ଅଷ୍ଟମୀତିଥି ଯୋଗୁବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନ, କ୍ଷମତଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥା ସମ୍ଭବ ବାକ୍ସଂଯମତା ରକ୍ଷା କରିବେ। ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ସତର୍କ ହେବେ।
ମୀନ: ତୃତୀୟଚନ୍ଦ୍ର, ମଙ୍ଗଳବାର ଓ ରବିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ।ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ। କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶପାଇବ।