logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଶିଫଳ ଆଜି, ୨୮ ଫେବୃଆରୀ, ଶନିବାର

*ରାଶିଫଳ ଆଜି, ୨୮ ଫେବୃଆରୀ, ଶନିବାର*

ମେଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନ÷ତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ।

ବୃଷ : ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ପ୍ରାପ୍ତ ହେବ ଏବଂ ସୁଖାଦ୍ୟ, ସୁବସନ ମିଳିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ସଫଳତା ଓ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ।

ମିଥୁନ : ଦ୍ୱିତୀୟ ଚନ୍ଦ୍ର, ଶନିବାର ଓ ସକାଳ ୯ଟା ୩୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ।

କର୍କଟ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ।

ସିଂହ : ଘାତବାର, ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ।

କନ୍ୟା : ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ।

ତୁଳା : ଦଶମ ଚନ୍ଦ୍ର, ଶନିବାର ଓ ସକାଳ ୯ଟା ୩୫ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ।

ବିଛା : ନବମ ଚନ୍ଦ୍ର ଯୋଗୁ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ।

ଧନୁ : ଅଷ୍ଟମ ଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ।

ମକର : ସପ୍ତମ ଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ।

କୁମ୍ଭ : ଷଷ୍ଠ ଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟଙ୍କିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା ଓ କଳା ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କର ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପାଲାଭ କରିବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ।

8
710 views

Comment