logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, କେନ୍ଦୁଝରଗଡ ତରଫରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କୁ ସାକ୍ଷାତ।

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, କେନ୍ଦୁଝରଗଡ ତରଫରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କୁ ସାକ୍ଷାତ।

କେନ୍ଦୁଝର:୦୧/୦୩- କେନ୍ଦୁଝରଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଓ ସରସ୍ଵତୀ ବିଦ୍ୟାମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଚାଳନା ସମିତିର ଉପ-ସଭାପତି ପ୍ରିୟବ୍ରତ ସାମଲ, ସଂପାଦକ ସୁଧାଂଶୁ ଶେଖର ପଣ୍ଡା, କୋଷଧ୍ୟକ୍ଷ ବିଜୟ କୁମାର ଦୀକ୍ଷିତ, ପ୍ରଧାନାଚାର୍ଯ୍ୟ ଅଲେଖ ମହାନ୍ତ ଓ ଅଭିଭାବକ ତଥା ସମାଜସେବୀ ସୁଧୀର କୁମାର ନନ୍ଦ ପ୍ରମୁଖ ଆଜି ସ୍ଥାନୀୟ ସର୍କିଟ ହାଉସରେ ଓଡିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ଚନ୍ଦ୍ର ପୂଜାରୀଙ୍କୁ ଭେଟି ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଏଥି ସହିତ ନୂତନ ଭାବରେ ଅନୁମତି ପାଇଥିବା + ୨ ବିଜ୍ଞାନ ଓ ବାଣିଜ୍ୟ କଲେଜର ଭିତ୍ତିଭୂମିର ଉନ୍ନତି ନିମନ୍ତେ ସାହାଯ୍ୟ ଓ ସହଯୋଗ କରିବା ପାଇଁ ନିବେଦନ କରିଥିଲେ ଏବଂ ମନ୍ତ୍ରୀ ଶ୍ରୀଯୁକ୍ତ ପୂଜାରୀ ବିଦ୍ୟାଳୟକୁ ସହଯୋଗ ପ୍ରଦାନ କରିବେ ବୋଲି ପ୍ରତିଶୃତି ଦେଇଥିଲେ।

ଖଣ୍ଡାଧାର ନିଉଜ- ସାମ୍ବାଦିକ ସତ୍ୟଜିତ ମିଶ୍ରଙ୍କ ରିପୋର୍ଟ।

6
502 views

Comment