logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଶିଫଳ ଆଜି, ୨୦ ମାର୍ଚ୍ଚ ଶୁକ୍ରବାର

*ରାଶିଫଳ ଆଜି, ୨୦ ମାର୍ଚ୍ଚ ଶୁକ୍ରବାର*

ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧବାନ କରିବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ।

ବୃଷ : ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆୟର ନୂତନ ମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଓ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ।

ମିଥୁନ : ଦଶମ ଚନ୍ଦ୍ର, ଶୁକ୍ରବାର, ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ।

କର୍କଟ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ।

ସିଂହ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ।

କନ୍ୟା : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ।

ତୁଳା : ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ।

ବିଛା : ଘାତବାର, ଘାତ ନକ୍ଷତ୍ର ଏବଂ ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ପଞ୍ଚମ ଚନ୍ଦ୍ରର ଶୁଭଫଳ ପାଇବାରୁ ବଞ୍ଚିତ ହେବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ବିଘ୍ନ ଘଟିବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିôବା ବିବାଦ ଲାଗି ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।

ଧନୁ : ଘାତଚନ୍ଦ୍ର, ଘାତବାର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ପିତାମାତା, ଗୁରୁଜନ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ମକର : ତୃତୀୟ ଚନ୍ଦ୍ର, ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର, ଦ୍ୱିତୀୟା ତିଥି ଓ ଶୁକ୍ରବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ । ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ଦରମାର କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।

ମୀନ : ଶ୍ରୀଚନ୍ଦ୍ର, ଘାତବାର, ଘାତତିଥି ଯୋଗୁ ବ୍ୟବସାୟ ବ୍ୟତୀତ ଅନ୍ୟ ସମସ୍ତ କର୍ମରେ ଅଧିକ ଫଳ ମିଳିବ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତ ହେବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ନିକଟ ପରିବାରର ସଦସ୍ୟମାନେ ଦୂରେଇ ଯିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ନ ମିଳିଲେ ମଧ୍ୟ ସହଯୋଗୀଙ୍କ ସହ ବିବାଦ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କତା ଅବଲମ୍ବନ କରିବେ।

1
1154 views

Comment