କେନ୍ଦୁଝରଠାରେ ‘ପଖାଳ ଦିବସ’ ପାଳିତ।
କେନ୍ଦୁଝରଠାରେ ‘ପଖାଳ ଦିବସ’ ପାଳିତ।
କେନ୍ଦୁଝର, ୨୦:୦୩: ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସ୍ୱରୂପ ଆଜି କେନ୍ଦୁଝର ଜିଲ୍ଲାସ୍ତରୀୟ ‘ପଖାଳ ଦିବସ’ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ସ୍ଥାନୀୟ ସର୍କିଟ ହାଉସରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ଆଭାସୀ ମାଧ୍ୟମରେ ଯୋଡି ହୋଇଥିଲେ।
ପରେପରେ ଜିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ସାମୁହିକ ଭାବେ ପଖାଳ ସହିତ ବିଭିନ୍ନ ପ୍ରକାରର ପାରମ୍ପରିକ ଓଡ଼ିଆ ବ୍ୟଞ୍ଜନ ଯଥା-, ବଡ଼ି ଚୂରା, ଶାଗ ଭଜା, ଆଳୁ ଭର୍ତ୍ତା ଏବଂ ଚଟଣି ପରି ବିଭିନ୍ନ ପ୍ରକାରର ଖାଦ୍ୟ ଗ୍ରହଣ କରିଥିଲେ।
ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନିତିନ କୁଶଳକର, ବନଖଣ୍ଡ ଅଧିକାରୀ ଶ୍ରୀ ଧନରାଜ ଏଚଡି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ କୁମାର ନାଗଭୂଷଣ, ଉପ ଜିଲ୍ଲାପାଳ ଶ୍ରୀ ଉମାଶଙ୍କର ଦଳାଇ, ପିଏ ଆଇଟିଡିଏ ଶିବଶଙ୍କର ମିଶ୍ର, ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ସହକାରୀ ନିର୍ଦ୍ଦେଶକ, ପର୍ଯ୍ୟଟନ ଶ୍ରୀ ରମେଶ ସିଏଚଏନଡ଼ିଆର ନାୟକ, ପର୍ଯ୍ୟଟନ ଉନ୍ନୟନ ଅଧିକାରୀ, ସୁଶ୍ରୀ ବିନତୀ ମାଝୀ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାୟ ପରିଚାଳନା କରିଥିଲେ।
ଖଣ୍ଡାଧାର ନିଉଜ- ବରିଷ୍ଠ ସାମ୍ବାଦିକ ଦିଲ୍ଲିପ କୁମାର ସାହୁଙ୍କ ରିପୋର୍ଟ।