logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଶିଫଳ ଆଜି, ୨୨ ମାର୍ଚ୍ଚ ରବିବାର

*ରାଶିଫଳ ଆଜି, ୨୨ ମାର୍ଚ୍ଚ ରବିବାର*
=====================
ମେଷ : ଘାତବାର , ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ଓ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଜର ଲୋକମାନେ ଶତୃତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଜିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ।

ବୃଷ : ଦ୍ୱାଦଶ ଚନ୍ଦ୍ର, ଘାତତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ବ୍ୟବସାୟ କ୍ଷେତ୍ରରେ ସହକର୍ମୀଙ୍କ ସମସ୍ୟା ଉପୁଜିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ।

ମିଥୁନ : ଏକାଦଶ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ।

କର୍କଟ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି ଏବଂ ନୂତନ କର୍ମ ନିଯୁକ୍ତି ସୁଯୋଗ ମିଳିପାରେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ।

ସିଂହ : ନବମ ଚନ୍ଦ୍ର, ରବିବାର ଯୋଗୁ ଭାଗ୍ୟ, ଭବିଷ୍ୟ, ଭଗବାନ ପ୍ରତି ଅଗାଧ ବିଶ୍ୱାସ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ।

କନ୍ୟା : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଶତ୍ରୁବୃଦ୍ଧି ଓ ଶାରୀରିକ ପୀଡ଼ାରେ ଅନ୍ତୁଳିତ ହେବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ।

ତୁଳା : ସପ୍ତମ ଚନ୍ଦ୍ର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାର ସଦସ୍ୟ, ସହଧର୍ମିଣୀଙ୍କ ସହଯୋଗ ମିଳିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ।

ବିଛା : ଷଷ୍ଠ ଚନ୍ଦ୍ର, ରବିବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ବଶୀଭୂତ ହେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ।

ଧନୁ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିବା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପାଲାଭ କରିବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ।

ମକର : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ, ପଦସ୍ଥ ଅଧିକାରୀ, ଗୁରୁୁଜନଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ।

କୁମ୍ଭ : ତୃତୀୟ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଲକ୍ଷ୍ମୀଙ୍କର କୃପା ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ।

ମୀନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଆୟର ନୂତନ ମାର୍ଗ ଖୋଲିବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ।

1
0 views

Comment