logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପ୍ରସ୍ତୁତି ବୈଠକ:ଉତ୍ସାହର ସହ ପାଳନ ପାଇଁ ନିଷ୍ପତ୍ତି l

ମାଲକାନଗିରି:ଆସନ୍ତା ଏପ୍ରିଲ ୧ ତାରିଖରେ ଜିଲ୍ଲା ସ୍ତରୀୟ 'ଓଡ଼ିଶା ଦିବସ'କୁ ମହାସମାରୋହରେ ପାଳନ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଦାଶରଥି ସରାବୁଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା।
ବୈଠକରେ ଗୃହୀତ ନିଷ୍ପତ୍ତି ଅନୁଯାୟୀ, ଓଡ଼ିଶା ଦିବସ ଅବସରରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସହରରେ ଉକ୍ତ ଦିନ ଏକ ପ୍ରଭାତଫେରି ଆୟୋଜନ କରାଯିବ। ଏହି ଦିବସରେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ତରଫରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବ। ସେହିପରି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଏବଂ କାର୍ଯ୍ୟାଳୟ ପରିସରରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ସମ୍ପୃକ୍ତ ଅନୁଷ୍ଠାନର ମୁଖ୍ୟଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ କରାଯିବା ପାଇଁ ସ୍ଥିର ହୋଇଛି। ଏଥି ସହିତ ଏକ ସାଧାରଣ ସଭା ସହ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଏହି ସଭାରେ ପୁରସ୍କୃତ କରାଯିବ। ଉତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରିବାକୁ ବୈଠକରେ ସୂଚନା ଦିଆଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ବୈଠକର କାର୍ଯ୍ୟକ୍ରମ ପରିଚାଳନା କରିବା ସହ ପୂର୍ବ ବର୍ଷର ବିବରଣୀ ପାଠ କରି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି ପ୍ରସ୍ତୁତି ବୈଠକରେ ପୌର ପରିଷଦ ନିର୍ବାହୀ ଅଧିକାରୀ ରାଜୀବ ଲୋଚନ ନାୟକ, ଏସିଏଫ୍ ମନସୁନ୍ ଖେମୁଣ୍ଡୁଙ୍କ ସମେତ ଜିଲ୍ଲାର ସମସ୍ତ କଲେଜ ଓ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ବିଭାଗୀୟ କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ବୈଠକ ଆୟୋଜନରେ ସହଯୋଗ କରିଥିଲେ।

203
7162 views

Comment