logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଆଜି ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ କୁବେର ମହନ୍ତ, ବରପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ଏବଂ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ରୀନା ଥଇତ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ସୂଚନାଯୋଗ୍ୟ କି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଆଧାରିତ ସମୁଦାୟ ୭୫ ଗୋଟି ଅଭିଯୋଗ ମଧ୍ୟରୁ ୫୭ ଗୋଟି ବ୍ୟକ୍ତିଗତ ଏବଂ ୧୮ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

22
592 views

Comment