logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ।

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ।

କେନ୍ଦୁଝର:୦୬/୦୪, (ଖଣ୍ଡାଧାର ନିଉଜ ବ୍ୟୁରୋ) ଆଜି କେନ୍ଦୁଝର ସଦରମହକୁମା ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦରବାର ହଲରେ ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତିରେ ମୁଖ୍ୟାଳୟ ସ୍ଥିତ ବିଭିନ୍ନ ବିଭାଗର ପଦାଧିକାରୀମାନଙ୍କ ଦ୍ବାରା ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ବିଭିନ୍ନ ପ୍ରକାରର ଅଭିଯୋଗ ଗୁଡିକ ଗ୍ରହଣ କରିଥିବା ଦେଖିବାକୁ ମିଳିଥିଲା। ଖବର ପ୍ରସାରଣ କରିବା ପର୍ଯ୍ୟନ୍ତ ୨୭୫ରୁ ଅଧିକ ବିଭିନ୍ନ ପ୍ରକାରର ଅଭିଯୋଗ ଦାଖଲ କରାଯାଇଥିବା ଓ ସେ ସମ୍ପର୍କରେ ଉଦ୍ଧିଷ୍ଟ ବିଭାଗର ପଦାଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ଜିଲ୍ଲାପାଳଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଛି। ଜିଲ୍ଲା ପ୍ରଶାସନ ତରଫରୁ ମିଳିତଭାବେ ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଲୋକମାନେ ଆସି ଉକ୍ତ ଯୁଗ୍ମ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ରେ ସାମିଲ୍ ହୋଇଥିବାର ଦେଖିବାକୁ ମିଳିଥିଲା। ପୂର୍ବାହ୍ନ ୧୦ ଘଟିକାରେ ଆରମ୍ଭ ହୋଇ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଅଭିଯୋଗ ଜନଶୁଣାଣି କାର୍ଯ୍ୟକ୍ରମ ଶାନ୍ତି ଓ ଶ୍ରୁଙ୍ଖଳତାର ଅନୁଷ୍ଠିତ ହୋଇଯାଇଛି।

9
630 views

Comment