logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ବାଲିମେଳାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି

*ବାଲିମେଳାରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି*

*ଲୋକଙ୍କ ସମସ୍ୟାର ହେଲା ତୁରନ୍ତ ସମାଧାନ*

*ମାଲକାନଗିରି, ୦୬/୦୪/୨୦୨୬:*

ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ବାଲିମେଳା ନଗର ଭବନଠାରେ ଏକ ଯୁଗ୍ମ ଜନ ଶୁଣାଣି ଓ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଶତାଧିକ ସ୍ଥାନୀୟ ବାସିନ୍ଦା ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ନେଇ ପହଞ୍ଚିଥିଲେ। ଶିବିରରେ ମୋଟ ୧୦ଟି ବ୍ୟକ୍ତିଗତ ଏବଂ ୬ଟି ଗ୍ରାମ୍ୟ ସମସ୍ୟା ସମ୍ପର୍କିତ ଅଭିଯୋଗର ଶୁଣାଣି କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜମି ପଟ୍ଟା, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ଏବଂ ଭିନ୍ନକ୍ଷମ ସହାୟତା ପରି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏହାସହ ପାନୀୟ ଜଳ, ବିଦ୍ୟୁତ ସଂଯୋଗ ଓ ରାସ୍ତାଘାଟ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ବନଖଣ୍ଡ ଅଧିକାରୀ ସାଇ କିରଣ, ମୁଖ୍ୟ ଉନ୍ନୟନ ଅଧିକାରୀ ଦାଶରଥି ସରାବୁ, ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଏବଂ ସିଡିଏମଓ ଡ଼ା. ଡୋଳାମଣି ପ୍ରଧାନ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଶୁଣିଥିଲେ। ଏଥିସହ ସମସ୍ତ ତହସିଲଦାର, ବିଡିଓ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଶିବିରରେ ସାମିଲ ହୋଇଥିଲେ।

17
756 views

Comment