logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଜିଲ୍ଲାପାଳଙ୍କ ନିଷ୍ପତି

ଦେବଗଡ଼, ୧୯/୦୪/୨୦୨୬:-
ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ଅସ୍ଥାୟୀ ଭାବେ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।
ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ, ଆସନ୍ତା ୨୦ ଏପ୍ରିଲ୍ (ସୋମବାର) ରୁ ୨୩ ଏପ୍ରିଲ୍ (ଗୁରୁବାର) ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଅଙ୍ଗନୱାଡି କେନ୍ଦ୍ର, କଲେଜ ଓ ବୈଷୟିକ ପ୍ରତିଷ୍ଠାନ ବନ୍ଦ ରହିବ।
ଶିଶୁ ବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ। ତେବେ, ପୂର୍ବ ନିର୍ଧାରିତ ପରୀକ୍ଷାଗୁଡ଼ିକ ପୂର୍ବବତ୍ ଚାଲୁ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ମୁଖ୍ୟତ୍ୱ ଦେଇ ଏହି ପ୍ରତିଷେଧକ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ମିଳିଛି।
ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ, ପ୍ରଧାନଶିକ୍ଷକ ଓ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କୁ ଅବଗତ କରାଯାଇଛି।

0
887 views

Comment