ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।
ଦେବଗଡ଼ ତା. ୨୦.୦୪.୨୦୨୬.
ଆଜି ତିଲେଇବଣି ବ୍ଲକ ଗଣ୍ଡମ୍ ଗ୍ରାମପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୫୦ ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୨୬ ଟି ବ୍ୟକ୍ତିଗତ ଏବଂ ୨୪ ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି ।ଜଙ୍ଗଲ ଜମି ପଟ୍ଟା,ଆର୍ ଡି ରୋଡ , ସି ସି ରୋଡ,ଶିକ୍ଷକ ବଦଳି ,ଷ୍ଟ୍ରିଟ୍ ଲାଇଟ୍ ଓ ମୋବାଇଲ୍ ନେଟୱାର୍କ ର ଉନ୍ନତି କରଣ ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ , ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର,ଗୋଷ୍ଠି ଉନ୍ନୟନ ଅଧିକାରୀ ତିଲେଇବଣି ପ୍ରିୟଦର୍ଶିନି ମିର୍ଦ୍ଧା ଓ ତହସିଲଦାର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।