logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ତୀବ୍ର ଗ୍ରୀଷ୍ମ ପ୍ରବାହରେ ମାଲକାନଗିରିରେ ସ୍କୁଲ ବନ୍ଦ: ୨୨ରୁ ୨୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଛୁଟି

ମାଲକାନଗିରି (୨୨/୦୪) – ଜିଲ୍ଲାରେ ବଢ଼ୁଥିବା ତୀବ୍ର ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି। ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଥମ୍ୟ ଦେଇ ଏପ୍ରିଲ ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଆଦେଶ ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ପାଇଁ ଲାଗୁ ହେବ।

ତଥାପି, ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ଓସେପା ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଚାଲିଥିବାବେଳେ, ବିଏସଇ, ସିଏଚଏସଇ, ସିବିଏସଇ ଓ ଆଇସିଏସଇ ପରି ପରିଷଦମାନଙ୍କ ଅନ୍ୟାନ୍ୟ ପରୀକ୍ଷା ମଧ୍ୟ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ହେବ। ପରୀକ୍ଷା ସମୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ, ଓ ଆର ଏସ ଓ ପ୍ରାଥମିକ ଚିକିତ୍ସା ସୁବିଧା ରଖିବାକୁ ଶିକ୍ଷାନୁଷ୍ଠାନମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଏହା ସହିତ, ସ୍କୁଲ ବନ୍ଦ ଥିଲେ ମଧ୍ୟ ନାମଲେଖା, ପ୍ରଶାସନିକ କାର୍ଯ୍ୟ ଓ ଜନଗଣନା ପରି ଆବଶ୍ୟକ କାର୍ଯ୍ୟ ଚାଲୁ ରହିବ। ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନେ ସକାଳ ୦୬:୩୦ ରୁ ୧୦:୩୦ ପର୍ଯ୍ୟନ୍ତ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

28
1068 views

Comment