ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।
ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।
ଉତ୍କଳ ଗୌରବ ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା, ଲେଖକ, କବି, ଓଡ଼ିଆ ଭାଷା ଓ ଜାତିପାଇଁ ସ୍ବାଭିମାନର ପ୍ରତୀକ ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ। ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା।
ତାଙ୍କର ଜନ୍ମ ଜୟନ୍ତି ଶୁଭ ଅବସରରେ ଖଣ୍ଡାଧାର ନିଉଜ ପରିବାର ଏବଂ ଅଗଣିତ ପାଠକ, ସମ୍ବାଦଦାତା, ବିଜ୍ଞାପନଦାତା, ଖବର/ସୂଚନା ଦାତା ଓ ଶୁଭେଚ୍ଛୁ ମାନଙ୍କ ତରଫରୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛୁ।
ଖଣ୍ଡାଧାର ନିଉଜ।