ଦେବଗଡ଼ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଦେବଗଡ଼: ଦେବଗଡ଼ ଜିଲ୍ଲାର ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୋଟ ୪୪ଟି ଅଭିଯୋଗ ଗ୍ରହଣ କରାଗଲା, ଯାହାର ୨୮ଟି ବ୍ୟକ୍ତିଗତ ଏବଂ ୧୬ଟି ସାମୁହିକ ଥିଲେ।
ଅଭିଯୋଗଗୁଡିକର ମୁଖ୍ୟ ବିଷୟରେ ଜମି ବାଡ଼ି ସମସ୍ୟା, ପାନୀୟ ଜଳ ସଂପ୍ରଦାନ, ସୁଭଦ୍ରା ଯୋଜନା, ରାସ୍ତା ନିର୍ମାଣ ଓ ବିଦ୍ୟୁତ୍ ସଂଯୋଗ ଥିଲା। ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଏହାକୁ ଗୁରୁତ୍ୱ ଦେଇ ସମ୍ପର୍କିତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଶିବିରରେ ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପରଦାର, ବନଖଣ୍ଡ ଅଧିକାରୀ ରଶ୍ମି ଜି, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ତହସିଲଦାର କର୍ଣ୍ଣ ମଲିକ୍, ଡେପୁଟି କଲେକ୍ଟର ଅଞ୍ଜୁନି କୁଜୁର ସହ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।