logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରସ୍ତୁତି ବୈଠକ

ଦେବଗଡ଼, ତା.୦୫.୦୬.୨୦୨୬ ରିଖ :- ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାସ୍ତରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ସୁଚାରୁ ଭାବେ ପାଳନ ପାଇଁ ଆଜି ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକଟି ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ଏହି ଅବସରରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା, ଗ୍ରହୀତ ବିଭିନ୍ନ ଫଳପ୍ରସୂ ପଦକ୍ଷେପ ଓ ପ୍ରଣୀତ ବିବିଧ ଯୋଜନାଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ବହୁବିଧ କଲ୍ୟାଣକାରୀ କାର୍ଯ୍ୟକ୍ରମ ନେଇ ସଚେତନତା ସୃଷ୍ଟି କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।ଆସନ୍ତା ଜୁନ ୧୨ ରୁ ୨୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ସାଧାରଣ ସଭା ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ (ବିକାଶ ମେଳା)
ଗୋଷ୍ଠୀ ଆଲୋଚନା ଚକ୍ର ଆୟୋଜନ କରାଯିବାକୁ ନିର୍ଣ୍ଣୟ ହୋଇଛି। ସେହିପରି ବ୍ଲକ୍ ସ୍ତରରେ ମଧ୍ୟ ବିଭିନ୍ନ ପ୍ରକାର ସଚେତନତାମୂଳକ କାର୍ଯ୍ୟକ୍ରମ ହେବ। ଏହି ବୈଠକରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜିଲ୍ଲାପାଳ ପରକ୍ଷିତ ସାହୁ, ଅତିରିକ୍ତ ନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପ୍ରଧାନ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ, ସହକାରୀ ନିର୍ଦ୍ଦେଶକ ଉଦ୍ୟାନ କୃଷି ଅନ୍ତର୍ଯ୍ୟାମୀ ସାହୁ, ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଶୋକ ଇନ୍ଦୁଆର୍, ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ବିଜୟ କୁମାର ପାତ୍ର, ଏବଂ ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଉପସ୍ଥିତ ଥିଲେ।
ସହିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ବୈଠକରେ ଯୋଗଦେଇଥିଲେ।

0
0 views

Comment