logo
Select Language
Hindi
Bengali
Tamil
Telugu
Marathi
Gujarati
Kannada
Malayalam
Punjabi
Urdu
Oriya

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଜନସମ୍ପର୍କ କାର୍ଯ୍ୟକ୍ରମ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

ଦେବଗଡ଼, ତା. ୦୮.୦୬.୨୦୨୬ ରିଖ :-
ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ହେବାକୁଥିବା ଜନସମ୍ପର୍କ କାର୍ଯ୍ୟକ୍ରମ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଜୁନ୍ ୧୨ ତାରିଖରୁ ଜିଲ୍ଲାରେ “ବିକାଶ ଧାରା ଓଡ଼ିଶା ସାରା” ଶୀର୍ଷକରେ ତିନିଦିନିଆ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହି ଅବସରରେ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ
ପ୍ରଦର୍ଶନୀ, ଆଲୋଚନା ଚକ୍ର, ପ୍ରକଳ୍ପ ପରିଦର୍ଶନ, ଜୈବିକ କୃଷି କର୍ମଶାଳା, ଗଣମାଧ୍ୟମ ସମ୍ପର୍କ, ଜାତି-ଜନଜାତି ସମ୍ବାଦ, କୃଷକ ସମ୍ବାଦ, ସ୍ୱବଳମ୍ବୀ ଯୁବ ସମାବେଶ ଆଦି ଆୟୋଜିତ ହେବ। ଏହା ସହିତ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅନ୍ତରଦ୍ୱୟ ଗୃହ ଯୋଜନା, ବୟ ବନ୍ଦନା କାର୍ଡ, ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ସୁଭଦ୍ରା ଶକ୍ତି ସମାବେଶ ଓ ଅନ୍ୟାନ୍ୟ ବିଭାଗୀୟ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯିବ। ଗ୍ରାମ ପଞ୍ଚାୟତ ସ୍ତରରେ ମଧ୍ୟ ଏହି ସମସ୍ତ କାର୍ଯ୍ୟକ୍ରମ କାର୍ଯ୍ୟକରୀ ହେବ। ବୈଠକରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପଜିଲ୍ଲାପାଳ ପରୀକ୍ଷିତ ସାହୁ, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲୀପ କୁମାର ପ୍ରଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର କୁମାର ପୁହାଣ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର, ରିଆମାଳ, ତିଲେଇବଣି ଓ ବାରକୋଟ ବ୍ଲକ୍‌ର ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ସହିତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

3
48 views

Comment